Biblia Todo Logo
Bib sou entènèt

- Piblisite -




ଯୋହନ 13:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।

Gade chapit la Kopi

ଓଡିଆ ବାଇବେଲ

37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ପିତର କହିଲେ, “କାହିଁକି ବର୍ତ୍ତମାନ ଆପଣଙ୍କର ଅନୁଗମନ କରିପାରିବି ନାହିଁ ପ୍ରଭୁ? ଆପଣଙ୍କ ପାଇଁ ମୁଁ ମରିବାକୁ ପ୍ରସ୍ତୁତ।”

Gade chapit la Kopi

ପବିତ୍ର ବାଇବଲ

37 ପିତର ପଗ୍ଭରିଲେ, “ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପଛେ ପଛେ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ୟ ପ୍ରସ୍ତୁତ।”

Gade chapit la Kopi




ଯୋହନ 13:37
7 Referans Kwoze  

ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”


ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;


Swiv nou:

Piblisite


Piblisite