Biblia Todo Logo
Bib sou entènèt

- Piblisite -




ଯୋହନ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତା’ପରେ ପାତ୍ରରେ କିଛି ଜଳ ଢାଳି ଶିଷ୍ୟମାନଙ୍କ ପାଦ ଧୋଇଦେଲେ ଏବଂ ଗାମୁଛାରେ ପୋଛିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ।

Gade chapit la Kopi




ଯୋହନ 13:5
30 Referans Kwoze  

ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।


ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।


ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”


ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।


ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;


ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।


ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”


ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।”


ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।


ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।


କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?


Swiv nou:

Piblisite


Piblisite