Biblia Todo Logo
Bib sou entènèt

- Piblisite -




ଯୋହନ 14:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ମୁଁ ପିତାଙ୍କୁ ଅନୁରୋଧ କରିବି, ପୁଣି ତୁମ୍ଭମାନଙ୍କ ସାଙ୍ଗରେ ଚିରକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କି,

Gade chapit la Kopi

ଓଡିଆ ବାଇବେଲ

16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ମୋ’ ପିତାଙ୍କୁ ପ୍ରାର୍ଥନା କରିବି ଓ ତୁମ୍ଭମାନଙ୍କ ସହିତ ଚିରକାଳ ରହିବା ପାଇଁ ସେ ଆଉ ଜଣେ ସହାୟକଙ୍କୁ ପ୍ରେରଣ କରିବେ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ।

Gade chapit la Kopi




ଯୋହନ 14:16
31 Referans Kwoze  

କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ଏହି ପ୍ରକାରେ ସମୁଦାୟ ଯିହୂଦିୟା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,


ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।


ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।


ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”


“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।


Swiv nou:

Piblisite


Piblisite