Biblia Todo Logo
Bib sou entènèt

- Piblisite -




ଯୋହନ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।

Gade chapit la Kopi

ଓଡିଆ ବାଇବେଲ

23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ କହିଲେ, “ଯେ ମୋତେ ପ୍ରେମ କରେ, ସେ ମୋ’ ବାକ୍ୟ ପାଳନ କରିବ। ତା’ହେଲେ ମୋ’ ପିତା ତାକୁ ପ୍ରେମ କରିବେ ଏବଂ ମୋ’ ପିତା ଓ ମୁଁ ଆସି ତା’ ଅନ୍ତରରେ ବାସ କରିବୁ।

Gade chapit la Kopi

ପବିତ୍ର ବାଇବଲ

23 ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ।

Gade chapit la Kopi




ଯୋହନ 14:23
30 Referans Kwoze  

ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”


“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।


ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ମୁଁ ଓ ପିତା ଏକ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”


କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।


ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।


ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।


କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।


କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।


ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।


ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,


Swiv nou:

Piblisite


Piblisite