Biblia Todo Logo
Bib sou entènèt

- Piblisite -




ଯୋହନ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।

Gade chapit la Kopi

ଓଡିଆ ବାଇବେଲ

7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ମୋତେ ଜାଣିଲେ, ମୋ’ ପିତାଙ୍କୁ ମଧ୍ୟ ଜାଣିବ। ଏହି ସମୟରୁ ତୁମ୍ଭେମାନେ ତାଙ୍କୁ ଜାଣିପାରିଛ ଓ ଦେଖିପାରିଛ।”

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା'ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”

Gade chapit la Kopi




ଯୋହନ 14:7
21 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”


“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


Swiv nou:

Piblisite


Piblisite