Biblia Todo Logo
Bib sou entènèt

- Piblisite -




ଯୋହନ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?

Gade chapit la Kopi

ଓଡିଆ ବାଇବେଲ

9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ କହିଲେ, “ଫିଲିପ୍, ଏତେ ଦିନ ଧରି ମୁଁ ତୁମ୍ଭମାନଙ୍କ ପାଖରେ ରହିଲିଣି, ଆଜି ପର୍ଯ୍ୟନ୍ତ ତୁମେ ମୋତେ ଚିହ୍ନି ପାରିଲ ନାହିଁ। ଯେ ମୋତେ ଦେଖିଛି, ସେ ମୋ’ ପିତାଙ୍କୁ ଦେଖିଛି। ତେବେ ପିତାଙ୍କୁ ଦେଖାଇବା ପାଇଁ କାହିଁକି କହୁଛ?

Gade chapit la Kopi

ପବିତ୍ର ବାଇବଲ

9 ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’

Gade chapit la Kopi




ଯୋହନ 14:9
16 Referans Kwoze  

ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।


ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ମୁଁ ଓ ପିତା ଏକ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,


ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”


ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”


ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।”


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


Swiv nou:

Piblisite


Piblisite