Biblia Todo Logo
Bib sou entènèt

- Piblisite -




ଯୋହନ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।

Gade chapit la Kopi

ପବିତ୍ର ବାଇବଲ

16 “ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ।

Gade chapit la Kopi




ଯୋହନ 15:16
57 Referans Kwoze  

ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,


କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।


ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ଯାଅ; କାରଣ ସେ ଅଣଯିହୁଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”


ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।


ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି।


ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?


ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।


ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।


ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,


ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ଆଉ, ସଦାପ୍ରଭୁଙ୍କ ନିକଟରୁ ଆଗତ ଯେଉଁ ଶିଶିର ଓ ତୃଣ ଉପରେ ପତିତ ଯେଉଁ ବୃଷ୍ଟି ମନୁଷ୍ୟ ପାଇଁ ବିଳମ୍ବ ନ କରେ, କିଅବା ମନୁଷ୍ୟ-ସନ୍ତାନଗଣର ଅପେକ୍ଷା ନ କରେ, ତାହାର ତୂଲ୍ୟ ଯାକୁବର ଅବଶିଷ୍ଟାଂଶ ଅନେକ ଗୋଷ୍ଠୀ ମଧ୍ୟରେ ରହିବେ।


ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।


ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।


ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।


Swiv nou:

Piblisite


Piblisite