Biblia Todo Logo
Bib sou entènèt

- Piblisite -




ଯୋହନ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ସ୍ନେହ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।

Gade chapit la Kopi

ଓଡିଆ ବାଇବେଲ

19 ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥି ନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମେ ଯଦି ଜାଗତିକମନା ହୋଇଥା’ନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ନିଜର ଭାବି ପେୟମ କରିଥା’ନ୍ତା; କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରି ଜଗତଠାରୁ ଅଲଗା କରିଦେଇଛି। ସେଥିପାଇଁ ଜଗତ ତୁମକୁ ଘୃଣା କରେ।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା'ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।

Gade chapit la Kopi




ଯୋହନ 15:19
19 Referans Kwoze  

ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।


ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।


ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ କଅଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।”


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


Swiv nou:

Piblisite


Piblisite