Biblia Todo Logo
Bib sou entènèt

- Piblisite -




ଯୋହନ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବହିର୍ଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;

Gade chapit la Kopi

ଓଡିଆ ବାଇବେଲ

26 ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 “ସହାୟକ ପବିତ୍ରଆତ୍ମା ନିଶ୍ଚୟ ଆସିବେ। ସେ ପିତାଙ୍କ ନିକଟରୁ ଆସି, ଈଶ୍ୱରଙ୍କ ବିଷୟରେ ସତ୍ୟ ପ୍ରକାଶ କରିବେ। ମୁଁ ତାଙ୍କୁ ପିତାଙ୍କ ନିକଟରୁ ତୁମ୍ଭମାନଙ୍କ ପାଖକୁ ପଠଇଦେବି। ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।

Gade chapit la Kopi

ପବିତ୍ର ବାଇବଲ

26 “ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପିତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।

Gade chapit la Kopi




ଯୋହନ 15:26
14 Referans Kwoze  

କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।


ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।


ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।


ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”


ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ଯିରୂଶାଲମ ସହରରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋʼଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;


Swiv nou:

Piblisite


Piblisite