Biblia Todo Logo
Bib sou entènèt

- Piblisite -




ଯୋହନ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭେମାନେ ପ୍ରଚୁର ଫଳ ଧାରଣ କଲେ, ମୋ’ ପିତାଙ୍କ ମହିମା ପ୍ରକାଶ ପାଇବ ଏବଂ ଏହାଦ୍ୱାରା ତୁମେ ମୋର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ପ୍ରଚୁର ଫଳ ଉତ୍ପାଦନା କର ଓ ମୋର ଶିଷ୍ୟ ବୋଲି ଦର୍ଶାଇ ଦିଅ। ଏହା ଦ୍ୱାରା ମୋର ପରମପିତା ଗୌରବ ପାଇବେ।

Gade chapit la Kopi




ଯୋହନ 15:8
19 Referans Kwoze  

ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,


ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।


ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।


Swiv nou:

Piblisite


Piblisite