Biblia Todo Logo
Bib sou entènèt

- Piblisite -




ଯୋହନ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କିନ୍ତୁ ସତ୍ୟମୟ ଆତ୍ମା ଆସିଲେ, ସେ ସମସ୍ତ ସତ୍ୟ ବୁଝିବାକୁ ଶକ୍ତି ଦେବେ। ସେ ନିଜ ଅଧିକାର ବଳରେ କିଛି କହିବେ ନାହିଁ। ଈଶ୍ୱରଙ୍କଠାରୁ ସେ ଯାହା ଶୁଣିଛନ୍ତି, କେବଳ ସେତିକି ସେ ପ୍ରକାଶ କରିବେ। ଯାହା ସବୁ ଘଟିବାକୁ ଯାଉଛି, ସେ ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଯେତେବେଳେ ସତ୍ୟମୟ ଆତ୍ମା ଆସିବେ, ସେତେବେଳେ ସେ ତୁମକୁ ସମସ୍ତ ସତ୍ୟ ପଥରେ କଡ଼ାଇନେବେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କେବଳ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ୟତର ଘଟଣା ବିଷୟରେ କହିବେ।

Gade chapit la Kopi




ଯୋହନ 16:13
32 Referans Kwoze  

କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।


ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।”


କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।


ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।


ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।


ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।


ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


Swiv nou:

Piblisite


Piblisite