Biblia Todo Logo
Bib sou entènèt

- Piblisite -




ଯୋହନ 16:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ ମୋତେ ଗୌରବାନ୍ଵିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ଓଡିଆ ବାଇବେଲ

14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ମୋତେ ସେ ମହିମାନ୍ୱିତ କରିବେ, କାରଣ ମୋ’ଠାରୁ ସବୁ କଥା ଜାଣି ସେ ତାହା ତୁମ ନିକଟରେ ପ୍ରକାଶ କରିବେ।

Gade chapit la Kopi

ପବିତ୍ର ବାଇବଲ

14 ପବିତ୍ରଆତ୍ମା ମୋ’ ପାଇଁ ଗୌରବ ଆଣିବେ। ସେ ମୋ'ଠାରୁ ସମସ୍ତ ସତ୍ୟ ବିଷୟ ଗ୍ରହଣ କରି ତୁମକୁ କହିବେ।

Gade chapit la Kopi




ଯୋହନ 16:14
20 Referans Kwoze  

ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।


ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”


Swiv nou:

Piblisite


Piblisite