Biblia Todo Logo
Bib sou entènèt

- Piblisite -




ଯୋହନ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।

Gade chapit la Kopi

ଓଡିଆ ବାଇବେଲ

16 ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 “ଅଳ୍ପ ସମୟ ପରେ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ, କିନ୍ତୁ ଆଉ କିଛି କାଳ ପରେ ମୋତେ ଦେଖିବ।”

Gade chapit la Kopi

ପବିତ୍ର ବାଇବଲ

16 “ତୁମ୍ଭେ ମୋତେ ଅଳ୍ପ ସମୟ ପରେ ଆଉ ଦେଖିବ ନାହିଁ। ତା'ପରେ ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ପୁଣି ଦେଖିବ।”

Gade chapit la Kopi




ଯୋହନ 16:16
19 Referans Kwoze  

ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।


ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।


“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ;


Swiv nou:

Piblisite


Piblisite