Biblia Todo Logo
Bib sou entènèt

- Piblisite -




ଯୋହନ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁ ଆଉ କଷ୍ଟ ସ୍ମରଣ କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଜଣେ ଆସନ୍ନପ୍ରସବା ସ୍ତ୍ରୀ ଲୋକ ତା’ର ପ୍ରସବ ବେଦନା ଆରମଭ ହେବ ଜାଣି ବ୍ୟଥିତ ହୁଏ; କିନ୍ତୁ ଶିଶୁଟିଏ ଜନ୍ମ ହେଲେ, ସେ ତା’ର ଯନ୍ତ୍ରଣା ଭୁଲିଯାଏ। ନବଜାତ ଶିଶୁ ସନ୍ତାନ ଯୋଗୁଁ ସେ ଉଲ୍ଲସିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

21 “ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା'ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହୋଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ।

Gade chapit la Kopi




ଯୋହନ 16:21
18 Referans Kwoze  

ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।


ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।”


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।


ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?


ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ;


Swiv nou:

Piblisite


Piblisite