Biblia Todo Logo
Bib sou entènèt

- Piblisite -




ଯୋହନ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ଦୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ତୁମ୍ଭମାନଙ୍କର ସେହି ଅବସ୍ଥା ଘଟିବ। ଏବେ ତୁମେ ଶୋକାତୁର, କିନ୍ତୁ ଶୀଘ୍ର ମୁଁ ଆଉ ଥରେ ତୁମକୁ ଦେଖିବି ଓ ସେତେବେଳେ ତୁମର ହୃଦୟ ଆନନ୍ଦରେ ଭରିଯିବ। ସେହି ଆନନ୍ଦ ତୁମଠାରୁ କେହି କାଢ଼ି ନେଇ ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ଏହିପରି ତୁମ୍ଭ କ୍ଷେତ୍ରରେ ମଧ୍ୟ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭକୁ ପୁଣି ଭେଟିବି ଓ ତୁମ୍ଭେମାନେ ଖୁସୀ ହେବ। କେହି ତୁମ୍ଭର ଆନନ୍ଦ ନେଇ ଯିବ ନାହିଁ।

Gade chapit la Kopi




ଯୋହନ 16:22
40 Referans Kwoze  

ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”


କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।


‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


“ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”


ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।


ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।


Swiv nou:

Piblisite


Piblisite