Biblia Todo Logo
Bib sou entènèt

- Piblisite -




ଯୋହନ 16:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।

Gade chapit la Kopi

ଓଡିଆ ବାଇବେଲ

24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଏ ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ନାମରେ କିଛି ମାଗି ନାହଁ। ବର୍ତ୍ତମାନଠାରୁ ମାଗ, ନିଶ୍ଚୟ ପାଳକ ଓ ତୁମ୍ଭେମାନେ ସମ୍ପୂର୍ଣ୍ଣଭାବେ ସୁଖୀ ହେବ।

Gade chapit la Kopi

ପବିତ୍ର ବାଇବଲ

24 ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।

Gade chapit la Kopi




ଯୋହନ 16:24
17 Referans Kwoze  

ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।


ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।


ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”


ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।


ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍‌ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’


ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।”


Swiv nou:

Piblisite


Piblisite