Biblia Todo Logo
Bib sou entènèt

- Piblisite -




ଯୋହନ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନଙ୍କୁ ଜଗତରୁ ବାହାର କରି ନେବା ପାଇଁ ମୁଁ କହୁ ନାହିଁ; କିନ୍ତୁ ନିବେଦନ କରୁଛି, ଶୟତାନ କବଳରୁ ସେମାନଙ୍କୁ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ

15 “ମୁଁ ତୁମ୍ଭକୁ ସେମାନଙ୍କୁ ଜଗତରୁ ନେଇଯିବା ପାଇଁ କହୁ ନାହିଁ। ମୁଁ ତୁମକୁ ସେମାନଙ୍କୁ ପାପାତ୍ମା ଶୟତାନଠାରୁ ନିରାପଦରେ ରଖିବା ପାଇଁ କହୁଛି।

Gade chapit la Kopi




ଯୋହନ 17:15
18 Referans Kwoze  

ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।


କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।


ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”


ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।


Swiv nou:

Piblisite


Piblisite