Biblia Todo Logo
Bib sou entènèt

- Piblisite -




ଯୋହନ 17:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ଵାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।

Gade chapit la Kopi

ଓଡିଆ ବାଇବେଲ

19 ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେମାନେ ଯେପରି ସେହି ସତ୍ୟ ଦ୍ୱାରା ପବିତ୍ର ହେବେ, ସେଥିପାଇଁ ମୁଁ ନିଜକୁ ଉତ୍ସର୍ଗ କରୁଛି।

Gade chapit la Kopi

ପବିତ୍ର ବାଇବଲ

19 ମୁଁ ନିଜକୁ ସେବା ପାଇଁ ପ୍ରସ୍ତୁତ କରୁଛି। ମୁଁ ସେମାନଙ୍କ ପାଇଁ ଏହା କରୁଛି ଯେହେତୁ ସେମାନେ ତୁମ୍ଭର ସେବା ପାଇଁ ପ୍ରକୃତରେ ପ୍ରସ୍ତୁତ ହୋଇପାରିବେ।

Gade chapit la Kopi




ଯୋହନ 17:19
24 Referans Kwoze  

ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।


କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।


ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,


ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।


ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।


ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।


“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।


ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;


Swiv nou:

Piblisite


Piblisite