Biblia Todo Logo
Bib sou entènèt

- Piblisite -




ଯୋହନ 17:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ଵାସ କରେ।

Gade chapit la Kopi

ଓଡିଆ ବାଇବେଲ

21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେ ସମସ୍ତଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି। ସେମାନେ ସମସ୍ତେ ଏକ ହୁଅନ୍ତୁ- ଏହା ମୋର ପ୍ରାର୍ଥନା। ପିତା, ତୁମେ ଯେପରି ମୋ’ଠାରେ ଓ ମୁଁ ତୁମଠାରେ ବିଦ୍ୟମାନ, ସେହିପରି ସେମାନେ ସମସ୍ତେ ଆମଠାରେ ରହନ୍ତୁ। ଏହାଦ୍ୱାରା ଜଗତ ବିଶ୍ୱାସ କରିବ ଯେ ତୁମେ ମୋତେ ପ୍ରେରଣ କରିଛ।

Gade chapit la Kopi

ପବିତ୍ର ବାଇବଲ

21 ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ'ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।

Gade chapit la Kopi




ଯୋହନ 17:21
37 Referans Kwoze  

କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”


ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”


ମୁଁ ଓ ପିତା ଏକ।


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।


ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।


ତୁମ୍ଭେ ଯେ ସର୍ବଦା ମୋହର ପ୍ରାର୍ଥନା ଶୁଣିଥାଅ, ଏହା ମୁଁ ଜାଣିଥିଲି; କିନ୍ତୁ ଯେଉଁ ଲୋକସମୂହ ଚତୁର୍ଦ୍ଦିଗରେ ଠିଆ ହୋଇଅଛନ୍ତି, ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ସେମାନେ ଯେପରି ବିଶ୍ୱାସ କରିବେ, ଏଥିପାଇଁ ସେମାନଙ୍କ ହେତୁ ମୁଁ ଏହା କହିଲି।”


“ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,


କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।


ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।


Swiv nou:

Piblisite


Piblisite