Biblia Todo Logo
Bib sou entènèt

- Piblisite -




ଯୋହନ 17:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

Gade chapit la Kopi

ଓଡିଆ ବାଇବେଲ

23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୁମେ ଯେପରି ମୋ’ଠାରେ, ମୁଁ ସେହିପରି ସେମାନଙ୍କଠାରେ ରହିବି। ତା’ହେଲେ ସେମାନେ ସମ୍ପୂର୍ଣ୍ଣ ଭାବରେ ଏକ ହେବେ ଏବଂ ଜଗତ ଜାଣିବ ଯେ ତୁମେ ମୋତେ ପଠାଇଛ ଓ ମୋତେ ଯେପରି ପ୍ରେମ କରୁଛ, ସେମାନଙ୍କୁ ମଧ୍ୟ ସେପରି ପ୍ରେମ କରୁଛ।

Gade chapit la Kopi

ପବିତ୍ର ବାଇବଲ

23 ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ'ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।

Gade chapit la Kopi




ଯୋହନ 17:23
31 Referans Kwoze  

ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ।


ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।


ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରିପାରୁ;


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”


ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


Swiv nou:

Piblisite


Piblisite