Biblia Todo Logo
Bib sou entènèt

- Piblisite -




ଯୋହନ 17:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କ-ଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ମୁଁ ସେମାନଙ୍କୁ ତୁମର ପରିଚୟ ଦେଇଛି ଏବଂ ସବୁବେଳେ ଦେଉଥିବି; ତାହାଦ୍ୱାରା ମୋ’ ପାଇଁ ତୁମର ପ୍ରେମ ସେମାନେ ଅନୁଭବ କରିବେ ଏବଂ ମୋତେ ସେମାନଙ୍କ ଅନ୍ତରରେ ରଖିବେ।”

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେ କିପରି ତାହା ମୁଁ ସେମାନଙ୍କଠାରେ ପ୍ରକାଶ କରିଛି। ଏବଂ ପୁନର୍ବାର ସେମାନଙ୍କଠାରେ ପ୍ରକାଶ କରିବି। ତା'ପରେ ମୋ’ ପ୍ରତି ତୁମ୍ଭର ଯେପରି ପ୍ରେମ ରହିଛି, ସେହିପରି ପ୍ରେମ ତାହାଙ୍କଠାରେ ରହିବ ଓ ମୁଁ ସେମାନଙ୍କଠାରେ ବାସ କରିବି।”

Gade chapit la Kopi




ଯୋହନ 17:26
28 Referans Kwoze  

ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।


ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”


ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।


ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।


ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।


ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।


ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।


ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି।


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।


ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼ ଠାରେ ରହେ ଓ ମୁଁ ତାହାଠାରେ ରହେ।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


Swiv nou:

Piblisite


Piblisite