Biblia Todo Logo
Bib sou entènèt

- Piblisite -




ଯୋହନ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେତେବେଳେ ଶୀତ ହେଉଥଲା, ତେଣୁ ଭୃତ୍ୟ ଓ ପ୍ରହରୀମାନେ ନିଆଁ ଜାଳି ତା’ ଚାରି ପାଖରେ ଠିଆ ହୋଇ ନିଜକୁ ଉଷୁମ କରୁଥିଲେ। ପିତର ମଧ୍ୟ ସେମାନଙ୍କ ପାଖରେ ଠିଆ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

18 ଶୀତ ହେଉଥିଲା। ଦାସ ଓ ପ୍ରହରୀମାନେ ନିଆଁ ଜାଳିଥିଲେ। ସେମାନେ ନିଆଁ ଗ୍ଭରିପଟେ ଠିଆ ହୋଇ ଦେହକୁ ସେକୁଥିଲେ। ପିତର ମଧ୍ୟ ସେଠାରେ ସେମାନଙ୍କ ସହିତ ଠିଆ ହୋଇଥିଲେ।

Gade chapit la Kopi




ଯୋହନ 18:18
16 Referans Kwoze  

ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।


ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ।


ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।


ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।


ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।


ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।


Swiv nou:

Piblisite


Piblisite