Biblia Todo Logo
Bib sou entènèt

- Piblisite -




ଯୋହନ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତା’ପରେ ପିଲାତ ଯୀଶୁଙ୍କୁ ନେଇ କୋରଡ଼ା ପ୍ରହାର କରାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ପୀଲାତ ଯୀଶୁଙ୍କୁ ନେଇ ଯାଇ କୋରଡ଼ା ପ୍ରହାର କରିବା ପାଇଁ ଆଦେଶ ଦେଲେ।

Gade chapit la Kopi




ଯୋହନ 19:1
16 Referans Kwoze  

ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।


ପୁଣି, ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ, କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ।”


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ


ତାହାଙ୍କୁ କୋରଡ଼ା ମାରି ବଧ କରିବେ, ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ।”


ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା।


ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,


କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;


ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି,


Swiv nou:

Piblisite


Piblisite