ଯୋହନ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ଵରୁ ଆପଣଙ୍କୁ ଦତ୍ତ ହୋଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର। Gade chapit laଓଡିଆ ବାଇବେଲ11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର । Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ଉତ୍ତର ଦେଇ କହିଲେ, “ମୋ’ ଉପରେ ତୁମର ସେହି ଅଧିକାର ଅଛି, କାରଣ ତାହା ଈଶ୍ୱର ତୁମକୁ ଦେଇଛନ୍ତି। କିନ୍ତୁ ଯେ ମୋତେ ତୁମ ହାତରେ ସମର୍ପଣ କରିଛି, ତା’ର ପାପ ଅଧିକ ଜଘନ୍ୟ।” Gade chapit laପବିତ୍ର ବାଇବଲ11 ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।” Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।