Biblia Todo Logo
Bib sou entènèt

- Piblisite -




ଯୋହନ 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।

Gade chapit la Kopi

ଓଡିଆ ବାଇବେଲ

6 ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତାଙ୍କୁ ଦେଖିବାମାତ୍ରେ ମୁଖ୍ୟ ଯାଜକ ଓ ମନ୍ଦିର ପ୍ରହରୀମାନେ ଚିକ୍ରାର କଲେ, “ତାକୁ କ୍ରୁଶରେ ଚଢ଼ାଅ- କ୍ରୁଶରେ ଚଢ଼ାଅ।” ପିଲାତ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତାଙ୍କୁ ନେଇଯାଇ କ୍ରୁଶରେ ଚଢ଼ାଅ। ତାଙ୍କୁ ଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖିପାରୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ତାହାଙ୍କୁ ଦେଖିଲା ମାତ୍ରେ ପ୍ରଧାନଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, “ତାକୁ କ୍ରୁଶରେ ଚଢ଼ାଇ ମାର, ତାକୁ କ୍ରୁଶରେ ଚଢ଼ାଇ ମାର।” କିନ୍ତୁ ପୀଲାତ କହିଲେ, “ତୁମ୍ଭେମାନେ ତାହାଙ୍କୁ ନେଇ କ୍ରୁଶରେ ଚଢ଼ାଇ ମାର, କିନ୍ତୁ ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”

Gade chapit la Kopi




ଯୋହନ 19:6
15 Referans Kwoze  

ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ।


ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।


ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ।


ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।


ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।


କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ, ଆଉ ଶେଷରେ କଅଣ ଘଟିବ, ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ।


ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।


ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।


Swiv nou:

Piblisite


Piblisite