Biblia Todo Logo
Bib sou entènèt

- Piblisite -




ଯୋହନ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ଵାସ କରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ଅତଏବ, ଅନ୍ୟ ଶିଷ୍ୟମାନେ ତାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ । କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହି ସବୁ ସ୍ଥାନରେ ମୋହର ଆଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଅନ୍ୟ ଶିଷ୍ୟମାନେ କହିଲେ, “ଆମେ ପ୍ରଭୁଙ୍କୁ ଦେଖିଛୁ।” ଥୋମା କହିଲେ, “ତାଙ୍କ ହାତର କଣ୍ଟା ଚିହ୍ନ ନ ଦେଖିଲେ ଓ ତାଙ୍କ ପାଶ୍ୱର୍ର କ୍ଷତସ୍ଥାନ ସ୍ପର୍ଶ ନ କଲେ, ଏ କଥା ମୁଁ ବିଶ୍ୱାସ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

25 ଅନ୍ୟ ଶିଷ୍ୟମାନେ ଥୋମାଙ୍କୁ କହିଲେ, “ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ।” ଥୋମା କହିଲେ, “ମୁଁ ତାହାଙ୍କ ହାତରେ କଣ୍ଟାଦାଗ ନ ଦେଖିଲା ପର୍ଯ୍ୟନ୍ତ ବିଶ୍ୱାସ କରିବି ନାହିଁ। ମୁଁ ମୋର ଆଙ୍ଗୁଠି ସେହି କଣ୍ଟାର ଦାଗରେ ନରଖିବା ଓ ତାହାଙ୍କ କକ୍ଷଦେଶରେ ମୋର ହାତ ନ ଦେବା ପର୍ଯ୍ୟନ୍ତ, ମୁଁ ବିଶ୍ୱାସ କରିବି ନାହିଁ।”

Gade chapit la Kopi




ଯୋହନ 20:25
25 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନସ୍ୱରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରିପାରୁ?


ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।


ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?


ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।


ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;


ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।


ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।


ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।”


Swiv nou:

Piblisite


Piblisite