Biblia Todo Logo
Bib sou entènèt

- Piblisite -




ଯୋହନ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi

ଓଡିଆ ବାଇବେଲ

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁଙ୍କ ପ୍ରିୟ ଶିଷ୍ୟ, ପିତରଙ୍କୁ କହିଲେ, “ଏ ନିଶ୍ଚୟ ପ୍ରଭୁ।” ପିତର ଏହା ଶୁଣି ତରବରରେ ଖଣ୍ଡେ ଲୁଗା ଗୁଡ଼େଇ ହୋଇ ପାଣିକୁ ଡେଇଁ ପଡ଼ିଲେ (କାରଣ ସେ ଦେହରୁ ଲୁଗା କାଢ଼ି ମାଛ ଧରୁଥିଲେ)।

Gade chapit la Kopi

ପବିତ୍ର ବାଇବଲ

7 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, “ଏ ତ ପ୍ରଭୁ।” ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କ ପୋଷାକ ପିନ୍ଧିଲେ। କାରଣ ସେ କାର୍ଯ୍ୟ କରିବା ପାଇଁ ସବୁ ବସ୍ତ୍ର ଖୋଲି ଦେଇଥିଲେ। ତା'ପରେ ସେ ପାଣିକୁ ଡେଇଁ ପଡ଼ିଲେ।

Gade chapit la Kopi




ଯୋହନ 21:7
20 Referans Kwoze  

ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।


ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ।


ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”


କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।


ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


ଆଉ, ଯେବେ କେହି ‘ତୁମ୍ଭମାନଙ୍କୁ କାହିଁକି ଏହା କରୁଅଛ ବୋଲି କହେ,’ ତେବେ କହିବ, ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି, ଆଉ ସେ ପୁନର୍ବାର ତାହାକୁ ଅବିଳମ୍ବେ ଏଠାକୁ ପଠାଇଦେବେ।”


ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।


ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।


ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।


ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।


ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ।


“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;


କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।


Swiv nou:

Piblisite


Piblisite