Biblia Todo Logo
Bib sou entènèt

- Piblisite -




ଯୋହନ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ପିତ୍ତଳର ଏକ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ,

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ୱକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହି ପ୍ରକାର ଊର୍ଦ୍ଧ୍ୱକୁ ଉଠାଯିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ମୋଶା ମରୁପ୍ରାନ୍ତରରେ ଯେପରି ଗୋଟିଏ ଧାତୁନିର୍ମିତ ସର୍ପକୁ ଉପରକୁ ଉଠାଇଥିଲେ, ମନୁଷ୍ୟପୁତ୍ର ସେପରି ଊଦ୍ଧ୍ୱର୍କୁ ଉଠାଯିବେ।

Gade chapit la Kopi

ପବିତ୍ର ବାଇବଲ

14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ।

Gade chapit la Kopi




ଯୋହନ 3:14
16 Referans Kwoze  

ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।


ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।


Swiv nou:

Piblisite


Piblisite