Biblia Todo Logo
Bib sou entènèt

- Piblisite -




ଯୋହନ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆଉ ବିଚାରିତ ହେବ ନାହିଁ; କିନ୍ତୁ ଯେ ବିଶ୍ୱାସ କରେ ନାହିଁ, ତା’ର ବିଚାର ହୋଇ ସାରିଛି। କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କୁ ଅବିଶ୍ୱାସ କରିଛି।

Gade chapit la Kopi

ପବିତ୍ର ବାଇବଲ

18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ।

Gade chapit la Kopi




ଯୋହନ 3:18
19 Referans Kwoze  

ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;


ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।


କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


Swiv nou:

Piblisite


Piblisite