Biblia Todo Logo
Bib sou entènèt

- Piblisite -




ଯୋହନ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।

Gade chapit la Kopi

ଓଡିଆ ବାଇବେଲ

19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେହି ବିଚାର ଏହିପରି ହୁଏ। ଜଗତରେ ଆଲୋକ ପ୍ରକାଶ ପାଇଛି, କିନ୍ତୁ ଲୋକେ ଆଲୋକ ଅପେକ୍ଷା ଅନ୍ଧକାରକୁ ପସନ୍ଦ କରିଛନ୍ତି; କାରଣ ସେମାନଙ୍କ କାର୍ଯ୍ୟ ସକଳ ଅସ୍।

Gade chapit la Kopi

ପବିତ୍ର ବାଇବଲ

19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ।

Gade chapit la Kopi




ଯୋହନ 3:19
33 Referans Kwoze  

ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ।


ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।


ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,


ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।


ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।


ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।


ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।


ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।


ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,


ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,


ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।


Swiv nou:

Piblisite


Piblisite