Biblia Todo Logo
Bib sou entènèt

- Piblisite -




ଯୋହନ 3:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ଵର ସକାଶେ ଅତ୍ୟ; ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ । ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ମୋର ଏ କଥାର ତୁମ୍ଭେମାନେ ସାକ୍ଷୀ। ନବବଧୂ କେବଳ ବରର ନିଜସ୍ୱ। କିନ୍ତୁ ପାଶ୍ୱର୍ରେ ଠିଆ ହୋଇଥିବା ବରର ବନ୍ଧୁ ତା’ କଥା ଶୁଣି ଉତ୍ଫୁଲ ହୁଏ। ଏହି ପରିପୂର୍ଣ୍ଣ ଆନନ୍ଦ ମୁଁ ଏବେ ଉପଭୋଗ କରୁଛି।

Gade chapit la Kopi

ପବିତ୍ର ବାଇବଲ

29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ।

Gade chapit la Kopi




ଯୋହନ 3:29
27 Referans Kwoze  

ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।


ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।


ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।


କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍‍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।


ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।”


ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।


କାରଣ ଈଶ୍ବରଙ୍କ ବିଷୟକ ଉଦ୍‌ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍‍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍‍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍‍ଦାନ କରିଅଛି।


ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’


ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।


“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।


“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।


ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।”


ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।


“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,


ସେ ଅବଶ୍ୟ ବୃଦ୍ଧି ହେଉନ୍ତୁ, ପୁଣି ମୁଁ ହ୍ରାସ ହେବି।


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।


Swiv nou:

Piblisite


Piblisite