Biblia Todo Logo
Bib sou entènèt

- Piblisite -




ଯୋହନ 3:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ଵନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ସେ ଯାହା ଦେଖିଅଛନ୍ତି ଓ ଶୁଣିଅଛନ୍ତି, ତାହା ସମ୍ବନ୍ଧରେ ସେ ସାକ୍ଷ୍ୟ ଦିଅନ୍ତି, କିନ୍ତୁ ତାହାଙ୍କର ସାକ୍ଷ୍ୟ କେହି ଗ୍ରହଣ କରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି, ସେହି ବିଷୟ ପ୍ରକାଶ କରୁଛନ୍ତି, କିନ୍ତୁ ତାଙ୍କ ବାର୍ତ୍ତା କେହି ଗ୍ରହଣ କରୁ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।

Gade chapit la Kopi




ଯୋହନ 3:32
13 Referans Kwoze  

ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ।


ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।


ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।


ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”


କାରଣ ପିତା ପୁତ୍ରଙ୍କୁ ସ୍ନେହ କରନ୍ତି, ପୁଣି, ଆପେ ଯାହା ଯାହା କରନ୍ତି, ସେହିସବୁ ତାହାଙ୍କୁ ଦେଖାନ୍ତି, ଆଉ ତୁମ୍ଭେମାନେ ଯେପରି ଚମତ୍କୃତ ହୁଅ, ଏଥିନିମନ୍ତେ ସେ ତାହାଙ୍କୁ ଏହାଠାରୁ ଆହୁରି ମହତ‍ ମହତ‍ କର୍ମ ଦେଖାଇବେ।


ଯେ ତାହାଙ୍କର ସାକ୍ଷ୍ୟ ଗ୍ରହଣ କରିଅଛି, ଈଶ୍ବର ଯେ ସତ୍ୟ, ଏହା ସେ ମୁଦ୍ରାଙ୍କନ କରିଅଛି।


ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାହାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦ୍ଦନ ନଦୀର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।


ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


Swiv nou:

Piblisite


Piblisite