Biblia Todo Logo
Bib sou entènèt

- Piblisite -




ଯୋହନ 3:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ ଈଶ୍ଵର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ଵରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

34 କାରଣ ଈଶ୍ୱର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ଆତ୍ମା ପ୍ରଦାନ କରନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଯାହାଙ୍କୁ ଈଶ୍ୱର ପ୍ରେରଣ କରିଛନ୍ତି, ସେ ଈଶ୍ୱରଙ୍କ ବାକ୍ୟ କୁହନ୍ତି, କାରଣ ସେ ଈଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ।

Gade chapit la Kopi

ପବିତ୍ର ବାଇବଲ

34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା'ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି।

Gade chapit la Kopi




ଯୋହନ 3:34
29 Referans Kwoze  

ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋʼ ବିଷୟରେ ସାକ୍ଷ୍ୟ ଦେବେ;


ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।


ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”


ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।


ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।


କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।


ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି।


ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;


Swiv nou:

Piblisite


Piblisite