Biblia Todo Logo
Bib sou entènèt

- Piblisite -




ଯୋହନ 3:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।

Gade chapit la Kopi

ଓଡିଆ ବାଇବେଲ

36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଯେ କେହି ସେହି ପୁତ୍ରଙ୍କଠାରେ ବିଶ୍ୱାସ ସ୍ଥାପନ କରେ, ସେ ଅନନ୍ତ ଜୀବନ ପାଇବ; ଯେ କେହି ତାଙ୍କର ଅବାଧ୍ୟ ହୁଏ, ସେ ସେହି ଜୀବନରୁ ବଞ୍ôଚତ ହେବ ଓ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ

36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Gade chapit la Kopi




ଯୋହନ 3:36
38 Referans Kwoze  

ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।


ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।”


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।


‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।


ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।


କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’


କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।


କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।


ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?


ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।


Swiv nou:

Piblisite


Piblisite