Biblia Todo Logo
Bib sou entènèt

- Piblisite -




ଯୋହନ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”

Gade chapit la Kopi




ଯୋହନ 4:14
32 Referans Kwoze  

ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ,” “ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,


ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।


ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।


ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


କାରଣ ଆମ୍ଭେ କ୍ଳାନ୍ତ ପ୍ରାଣକୁ ପରିତୃପ୍ତ କରିଅଛୁ, ପ୍ରତ୍ୟେକ ଦୁଃଖିତ ପ୍ରାଣକୁ ପରିପୂର୍ଣ୍ଣ କରିଅଛୁ।”


ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।


ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?


ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”


ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।


Swiv nou:

Piblisite


Piblisite