Biblia Todo Logo
Bib sou entènèt

- Piblisite -




ଯୋହନ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋ' କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯୀଶୁ କହିଲେ: “ମୋତେ ବିଶ୍ୱାସ କର; ସମୟ ଆସୁଛି, ଯେତେବେଳେ ଲୋକେ ମୋ’ ପିତା ଈଶ୍ୱରଙ୍କୁ ଏହି ପର୍ବତ ଉପରେ ବା ଯିରୂଶାଲମରେ ଆଉ ଉପାସନା କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ।

Gade chapit la Kopi




ଯୋହନ 4:21
20 Referans Kwoze  

ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।


କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।


କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”


ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ।


ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,


“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।


ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


Swiv nou:

Piblisite


Piblisite