Biblia Todo Logo
Bib sou entènèt

- Piblisite -




ଯୋହନ 4:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।

Gade chapit la Kopi

ଓଡିଆ ବାଇବେଲ

42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ସେମାନେ ସେହି ସ୍ତ୍ରୀ ଲୋକକୁ କହିଲେ, “କେବଳ ତୁମେ କହିବାରୁ ଆମର ବିଶ୍ୱାସ ହୋଇ ନାହିଁ; ତାଙ୍କ କଥା ନିଜେ ଶୁଣି ସେ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହି ବିଶ୍ୱାସ ଆମର ହୋଇଛି।”

Gade chapit la Kopi

ପବିତ୍ର ବାଇବଲ

42 ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”

Gade chapit la Kopi




ଯୋହନ 4:42
23 Referans Kwoze  

ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ଅଣଯିହୁଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୂପ କରିଅଛ।”


ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।


ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


Swiv nou:

Piblisite


Piblisite