Biblia Todo Logo
Bib sou entènèt

- Piblisite -




ଯୋହନ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏବଂ ସେଠାରେ “ଯାକୁବଙ୍କ ପୂପ” ନାମକ ଗୋଟିଏ କୂପ ପାଖରେ ଯୀଶୁ ପଥଶ୍ରାନ୍ତ ହୋଇ ବସି ପଡ଼ିଲେ। ସେତେବେଳେ ମଧ୍ୟାହ୍ନ ସମୟ।

Gade chapit la Kopi

ପବିତ୍ର ବାଇବଲ

6 ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା।

Gade chapit la Kopi




ଯୋହନ 4:6
12 Referans Kwoze  

କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;


ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।


ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;


ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”


ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?


Swiv nou:

Piblisite


Piblisite