Biblia Todo Logo
Bib sou entènèt

- Piblisite -




ଯୋହନ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ ବିଶ୍ରାମବାରରେ ଏଭଳି କାର୍ଯ୍ୟ କରୁଥିବାରୁ ଇହୁଦୀମାନେ ତାଙ୍କ ଉପରେ ନିର୍ଯ୍ୟାତନା କରିବାକୁ ଆରମ୍ଭ କଲେ।

Gade chapit la Kopi

ପବିତ୍ର ବାଇବଲ

16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ।

Gade chapit la Kopi




ଯୋହନ 5:16
15 Referans Kwoze  

ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।


ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ।


ଏଥିରେ ଯିରୂଶାଲମ ସହରନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?


କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ।


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।


ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।


ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


ଅତଏବ, କେତେକ ଯିହୁଦୀ ନେତାମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ।


ସେହି ଲୋକ ଚାଲିଯାଇ, ଯେ ତାହାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା।


ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”


ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ।


Swiv nou:

Piblisite


Piblisite