Biblia Todo Logo
Bib sou entènèt

- Piblisite -




ଯୋହନ 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

17 ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ: “ମୋ’ ପିତା ଈଶ୍ୱର ସବୁବେଳେ କାର୍ଯ୍ୟରତ; ମୋତେ ମଧ୍ୟ ସେହିପରି କାର୍ଯ୍ୟ କରିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”

Gade chapit la Kopi




ଯୋହନ 5:17
15 Referans Kwoze  

ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି।


ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।


କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”


ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;


ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;


ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।


ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ବରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ବରଙ୍କ ସହିତ ସମାନ କରୁଥିଲେ।


ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ?


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


Swiv nou:

Piblisite


Piblisite