Biblia Todo Logo
Bib sou entènèt

- Piblisite -




ଯୋହନ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।

Gade chapit la Kopi

ଓଡିଆ ବାଇବେଲ

24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।

Gade chapit la Kopi

ପବିତ୍ର ବାଇବଲ

24 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।

Gade chapit la Kopi




ଯୋହନ 5:24
28 Referans Kwoze  

ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।


କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।


ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”


କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।”


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


Swiv nou:

Piblisite


Piblisite