Biblia Todo Logo
Bib sou entènèt

- Piblisite -




ଯୋହନ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ଵରଙ୍କର ପୁତ୍ରଙ୍କ ସ୍ଵର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ସଜୀବ ହେବେ ଏପରି ସମୟ ଆସୁଅଛି, ପୁଣି ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ମୁଁ ସତ୍ୟ କହୁଛି - ସମୟ ଆସୁଛି - ବାସ୍ତବିକ ସେହି ସମୟ ଆସିଗଲାଣି- ଯେତେବେଳେ ମୃତ ବ୍ୟକ୍ତିମାନେ ଈଶ୍ୱର-ପୁତ୍ରଙ୍କର ସ୍ୱର ଶୁଣି ସଞ୍ଜୀବିତ ହେବେ।

Gade chapit la Kopi

ପବିତ୍ର ବାଇବଲ

25 ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି। ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।

Gade chapit la Kopi




ଯୋହନ 5:25
19 Referans Kwoze  

ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,


ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”


ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,


କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।


“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।


ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,


ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;


ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।


ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି।


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”


ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।


ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?


ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?


Swiv nou:

Piblisite


Piblisite