Biblia Todo Logo
Bib sou entènèt

- Piblisite -




ଯୋହନ 5:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।

Gade chapit la Kopi

ଓଡିଆ ବାଇବେଲ

32 ମୋ' ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋ' ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 କିନ୍ତୁ ଆଉ ଜଣେ ମୋ’ ପାଇଁ ସାକ୍ଷ୍ୟ ଦେଉଛନ୍ତି ଏବଂ ମୁଁ ଜାଣେ, ମୋ’ ସମ୍ପର୍କରେ ସେ ଯାହା କହୁଛନ୍ତି, ତାହା ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

32 କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।

Gade chapit la Kopi




ଯୋହନ 5:32
11 Referans Kwoze  

ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।”


ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।


ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହିସବୁ କହୁଅଛି।


Swiv nou:

Piblisite


Piblisite