Biblia Todo Logo
Bib sou entènèt

- Piblisite -




ଯୋହନ 5:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନ; ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

39 ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ଶାସ୍ତ୍ରମାନଙ୍କରେ ଅନନ୍ତ ଜୀବନର ସନ୍ଧାନ ମିଳିବ ବୋଲି ମନେ କରି ସେ ସବୁ ତୁମେ ଅଧ୍ୟୟନ କରିଥାଅ। ସେହିସବୁ ଶାସ୍ତ୍ର ମୋ’ ସପକ୍ଷରେ ସାକ୍ଷ୍ୟ ଦିଅନ୍ତି,

Gade chapit la Kopi

ପବିତ୍ର ବାଇବଲ

39 “ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହନ୍ତି।

Gade chapit la Kopi




ଯୋହନ 5:39
51 Referans Kwoze  

ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ।


ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।


ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର?


ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”


ସେ ରୋମରେ ଥିବା ଈଶ୍ବରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି।


ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।


ମୋʼ ବିଷୟରେ ଯେ ସାକ୍ଷ୍ୟ ଦିଅନ୍ତି, ସେ ଆଉ ଜଣେ; ପୁଣି, ମୋʼ ବିଷୟରେ ତାହାଙ୍କର ସାକ୍ଷ୍ୟ ଯେ ସତ୍ୟ, ତାହା ମୁଁ ଜାଣେ।


କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”


ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।


ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”


Swiv nou:

Piblisite


Piblisite