Biblia Todo Logo
Bib sou entènèt

- Piblisite -




ଯୋହନ 5:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାଆନ୍ତ, ତେବେ ମୋତେ ବିଶ୍ୱାସ କରିଥାଆନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ଵାସ କରନ୍ତ, ତେବେ ମୋତେ ବିଶ୍ଵାସ କରନ୍ତ, ଯେଣୁ ସେ ମୋʼ ବିଷୟରେ ଲେଖିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

46 କାରଣ ତୁମ୍ଭେମାନେ ଯଦି ମୋଶାଙ୍କୁ ବିଶ୍ୱାସ କରିଥାନ୍ତ, ତେବେ ମୋତେ ବିଶ୍ୱାସ କରିଥାନ୍ତ, ଯେଣୁ ସେ ମୋ' ବିଷୟରେ ଲେଖିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ତୁମ୍ଭେମାନେ ଯଦି ପ୍ରକୃତରେ ମୋଶାଙ୍କୁ ବିଶ୍ୱାସ କରୁଥାଅ, ମୋତେ ମଧ୍ୟ ବିଶ୍ୱାସ କରିବ- କାରଣ ମୋଶା ମୋ’ ସମ୍ପର୍କରେ ଲେଖିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

46 ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ।

Gade chapit la Kopi




ଯୋହନ 5:46
21 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ, ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ।


ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।


ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।


ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।


ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


କିନ୍ତୁ ତୁମ୍ଭେମାନେ ଯଦି ତାହାଙ୍କ ଲିଖିତ ବାକ୍ୟ ବିଶ୍ୱାସ କରୁ ନାହଁ, ତେବେ କିପରି ମୋହର ବାକ୍ୟ ବିଶ୍ୱାସ କରିବ?”


Swiv nou:

Piblisite


Piblisite