Biblia Todo Logo
Bib sou entènèt

- Piblisite -




ଯୋହନ 6:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ଵର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ଵର୍ଗରୁ ପ୍ରକୃତ ଆହାର ଦିଅନ୍ତି;

Gade chapit la Kopi

ଓଡିଆ ବାଇବେଲ

32 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ୱର୍ଗରୁ ଆହାର ଦେଇ ନାହାଁନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ୱର୍ଗରୁ ପ୍ରକୃତ ଆହାର ଦିଅନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଯୀଶୁ କହିଲେ: “ମୁଁ ସତ୍ୟ କହୁଛି, ଯାହା ମୋଶା ତୁମ୍ଭମାନଙ୍କୁ ଦେଇଥିଲେ, ତାହା ସ୍ୱର୍ଗରୁ ଆଗତ ଖାଦ୍ୟ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

32 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ସ୍ୱର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦେଇଥିବା ଲୋକ ମୋଶା ନୁହନ୍ତି। ମୋର ପରମପିତା ତୁମ୍ଭମାନଙ୍କୁ ସ୍ୱର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି।

Gade chapit la Kopi




ଯୋହନ 6:32
14 Referans Kwoze  

“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।


କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ୱର୍ଗରୁ ଅବତରଣ କରିବା ଆହାର ଏହି ଅଟେ।


ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,


ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।


କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ବରଦତ୍ତ ଆହାର।”


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃ-ପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖାଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ୱର୍ଗରୁ ଆହାର ଦେଲେ।


Swiv nou:

Piblisite


Piblisite