Biblia Todo Logo
Bib sou entènèt

- Piblisite -




ଯୋହନ 6:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଞ୍ଚ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।

Gade chapit la Kopi

ଓଡିଆ ବାଇବେଲ

39 ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ଯେଉଁମାନଙ୍କୁ ସେ ମୋ’ ନିକଟକୁ ପଠାଇଛନ୍ତି, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ହେଲେ ନ ହରାଇ ଶେଷ ଦିନରେ ସେହି ସମସ୍ତଙ୍କୁ ପୁନର୍ଜୀବିତ କରିବି, ଏହା ତାଙ୍କର ଇଚ୍ଛା।

Gade chapit la Kopi

ପବିତ୍ର ବାଇବଲ

39 ପରମେଶ୍ୱର ଯେଉଁମାନଙ୍କୁ ମୋତେ ଦେଇଛନ୍ତି, ମୁଁ ସେମାନଙ୍କ ମଧ୍ୟରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସେମାନଙ୍କୁ ଶେଷ ଦିନରେ ନିଶ୍ଚୟ ଉ‌ତ୍‌ଥାପନ କରିବି। ଯିଏ ମୋତେ ପଠାଇଛନ୍ତି ସେ ଗ୍ଭହାନ୍ତି ମୁଁ ସେହି କାର୍ଯ୍ୟ କରେ।

Gade chapit la Kopi




ଯୋହନ 6:39
29 Referans Kwoze  

ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।”


କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।”


ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ।


ତଥାପି ଈଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।


ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,


ପୁଣି, ମନୁଷ୍ୟ ଆପଣଙ୍କୁ ତାଡ଼ନା କରିବାକୁ ଓ ଆପଣଙ୍କ ପ୍ରାଣ ନେବାକୁ ଉଠିଲେ ହେଁ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନିକଟରେ ମୋର ପ୍ରଭୁଙ୍କ ପ୍ରାଣ ଜୀବନରୂପ ଗଣ୍ଠିଲୀରେ ଗଣ୍ଠି ପଡ଼ି ରହିବ; ମାତ୍ର ସେ ଆପଣଙ୍କ ଶତ୍ରୁମାନଙ୍କ ପ୍ରାଣକୁ ଛାଟିଣୀଖୋଲରୁ ଫିଙ୍ଗିଦେଲା ପରି ଫିଙ୍ଗି ଦେବେ।


ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି।


ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର;


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।


ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।


Swiv nou:

Piblisite


Piblisite