Biblia Todo Logo
Bib sou entènèt

- Piblisite -




ଯୋହନ 6:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।

Gade chapit la Kopi

ଓଡିଆ ବାଇବେଲ

40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 କାରଣ ପିତା ଚାହାଁନ୍ତି, ଯେଉଁମାନେ ତାଙ୍କ ପୁତ୍ରଙ୍କୁ ଦେଖି ତାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ଅନନ୍ତ ଜୀବନ ଲାଭ କରନ୍ତୁ। ଏଣୁ ଶେଷ ଦିନରେ ମୁଁ ସେ ସମସ୍ତଙ୍କୁ ପୁନର୍ଜୀବିତ କରିବି।”

Gade chapit la Kopi

ପବିତ୍ର ବାଇବଲ

40 ପ୍ରତ୍ୟେକ ଲୋକ ଯିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶେଷ ଦିନରେ ଉ‌ତ୍‌ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।”

Gade chapit la Kopi




ଯୋହନ 6:40
37 Referans Kwoze  

କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।


ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।


ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।”


ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।”


ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।


କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।


ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।


ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।


ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।


ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ମାର୍ଥା ତାହାଙ୍କୁ କହିଲେ, ସେ ଯେ ଶେଷ ଦିନରେ ପୁନରୁତ୍ଥାନ ସମୟରେ ଉଠିବ, ଏହା ମୁଁ ଜାଣେ।


ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।


Swiv nou:

Piblisite


Piblisite