Biblia Todo Logo
Bib sou entènèt

- Piblisite -




ଯୋହନ 6:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।

Gade chapit la Kopi

ଓଡିଆ ବାଇବେଲ

44 ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ଯେଉଁ ପିତା ମୋତେ ପଠାଇଛନ୍ତି, ସେ ମୋ’ ପାଖକୁ ଆକର୍ଷଣ କରି ନ ଆଣିଲେ, କେହି ମୋ’ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ଆସିବେ, ସେମାନଙ୍କୁ ମୁଁ ଶେଷ ଦିନରେ ପୁନର୍ଜୀବିତ କରିବି।

Gade chapit la Kopi

ପବିତ୍ର ବାଇବଲ

44 ପରମପିତା ମୋତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମୋ’ ନିକଟକୁ ଆଣନ୍ତି। ମୁଁ ସେହି ଲୋକମାନଙ୍କୁ ଶେଷଦିନରେ ଉ‌ତ୍‌ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ନ ଆଣିବେ, ତେବେ ସେ ଲୋକ ମୋ’ ପାଖକୁ ଆସି ପାରିବ ନାହିଁ।

Gade chapit la Kopi




ଯୋହନ 6:44
22 Referans Kwoze  

ଆଉ ସେ କହିଲେ, “ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସିପାରେ ନାହିଁ।”


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।


ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।


“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।


ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।


Swiv nou:

Piblisite


Piblisite