Biblia Todo Logo
Bib sou entènèt

- Piblisite -




ଯୋହନ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକପ୍ରକାର ଗୋପନରେ।

Gade chapit la Kopi

ଓଡିଆ ବାଇବେଲ

10 କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ତାଙ୍କ ଭାଇମାନେ ସେହି ଉତ୍ସବକୁ ଚାଲିଯିବା ପରେ, ଯୀଶୁ ପ୍ରକାଶ୍ୟରେ ସେଠାକୁ ନ ଯାଇ ଗୋପନରେ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସେମାନେ ଗଲାପରେ ଯୀଶୁ ମଧ୍ୟ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ।

Gade chapit la Kopi




ଯୋହନ 7:10
13 Referans Kwoze  

“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଅତଏବ, ଯୀଶୁ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେ ସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଇଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ।


କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।


ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।


ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।”


ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।


ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।


ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।


Swiv nou:

Piblisite


Piblisite